ନିଶାମୁକ୍ତ ଭାରତ ଅଭିଯାନ ସଚେତନତା ନିମନ୍ତେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ |

33

କଟକ, ( ଉତ୍କଳ ନ୍ୟୁଜ ) ୨୦-୦୮-୨୦୨୬ : ନିଶାମୁକ୍ତ ଭାରତ ଅଭିଯାନର ଅନ୍ତର୍ଗତ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା କକ୍ଷଠାରେ ଏକ ସଚେତନତା ତଥା ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନିଶାଦ୍ରବ୍ୟ ସେବନର କୁପରିଣାମ ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ସହ ଏକ ନିଶାମୁକ୍ତ ସମାଜ ଗଠନ ପାଇଁ ସାମୂହିକ ଶପଥପାଠ କରାଯାଇଥିଲା । ନିଶାଶକ୍ତ ବ୍ୟକ୍ତି କେବଳ ନିଜ ଜୀବନକୁ ପ୍ରଭାବିତ କରେ ନାହିଁ, ଏହା ପରିବାର ଓ ସମାଜ ଉପରେ ମଧ୍ୟ ଗଭୀର ପ୍ରଭାବ ପକାଇଥାଏ। ତେଣୁ ନିଶା ନିବାରଣ ପାଇଁ ସମସ୍ତଙ୍କ ସକ୍ରିୟ ଭାଗୀଦାରି ଅତ୍ୟନ୍ତ ଆବଶ୍ୟକ ବୋଲି ସଭାରେ ଯୋଗଦେଇ ଅତିରିକ୍ତ ଜିଲ୍ଲାପାଳ ଡଃ. ଦିବ୍ୟଲୋଚନ ମହନ୍ତ ଏବଂ ଅତିରିକ୍ତ ଜିଲ୍ଲାପାଳ ଡଃ ଇପସିତା ପ୍ରିୟଦର୍ଶିନୀ ମିଶ୍ର ମତବ୍ୟକ୍ତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ରେ ଅବକାରୀ ଅଧୀକ୍ଷକ ଶ୍ରୀ କରୁଣାଶଙ୍କର ତିୱାରୀ, ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଦ୍ୟାଳୟ ର ଦେବସ୍ମିତା ଭଉଣୀ, କୀର୍ତ୍ତି ଭଉଣୀ ଓ ଭାଇମାନଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇ ନିଶାମୁକ୍ତ ସମାଜ ଗଠନ ପାଇଁ ଶପଥ ଗ୍ରହଣ କରିଥିଲେ । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ମନୋଜ କୁମାର ରଥ ସମସ୍ତ କାର୍ଯ୍ୟର ସୁପରିଚାଳନା କରିଥିଲେ l ଦୂରେଇ ରହିବା ସହ ନିଜ ପରିବାର, ବନ୍ଧୁବର୍ଗ ଓ ସମାଜର ଅନ୍ୟମାନଙ୍କୁ ମଧ୍ୟ ନିଶାମୁକ୍ତ ଜୀବନଯାପନ ପାଇଁ ପ୍ରେରିତ କରିବାକୁ ସମସ୍ତେ ସଂକଳ୍ପବଦ୍ଧ ହୋଇଥିଲେ ।