ତିହିଡ଼ି ବ୍ଲକରେ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ |

84

କଟକ (ଉତ୍କଳ ନ୍ୟୁଜ ) ୫-୦୨-୨୦୨୫ : ସମୃଦ୍ଧ ଓଡ଼ିଶାର ନୂତନ ପରିଭାଷା ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଆଜି ମୁଖ୍ୟମନ୍ତ୍ରୀ ଉଦଘାଟନ କରିବା ଅବସରରେ ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଲକ କାର୍ଯ୍ୟାଳୟରେ ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯାଇଥିଲା । ଏଥିପାଇଁ ବ୍ଲକ ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ତିହିଡ଼ି ବିଡିଓ ଜ୍ୟୋତିର୍ମୟ କର, ତିହିଡ଼ି ପଞ୍ଚାୟତ ସମିତି ଅଧ୍ୟକ୍ଷା ଅବନ୍ତୀ ଦାସ, ତିହିଡ଼ି ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ, ଅତିରିକ୍ତ ବିଡିଓ ମାନସ ଜେନା ଓ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ନିହାର ରଂଜନ ରାଉତ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ସେହିପରି ତିହିଡ଼ି ବ୍ଲକର ଜିଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟଙ୍କ ସମେତ ବହୁ ବୁଦ୍ଧିଜୀବୀ, ରାଜନେତା ଓ ସାଧାରଣ ଲୋକେ ଉପସ୍ଥିତ ରହିଥିଲେ । ସୂଚନା ଯୋଗ୍ୟ, ଏହି ଯୋଜନାରେ ୫ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ବେଳେ ଏହି ଅର୍ଥରେ ୫ ବର୍ଷ ପର୍ଯ୍ୟନ୍ତ ଗ୍ରାମାଞ୍ଚଳରେ ଯୋଜନା କାର୍ଯ୍ୟକାରୀ ହେବ । ବିଶେଷ କରି ମୌଳିକ ଭିତ୍ତିଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ଼ୀକରଣ, କ୍ଷୁଦ୍ର ପର୍ଯ୍ୟଟନ ସ୍ଥଳୀର ବିକାଶ ଓ ଉନ୍ନତୀକରଣ ଆଦି କାର୍ଯ୍ୟ କରାଯିବ ବୋଲି ଜଣାଯାଇଛି । ତିହିଡିରୁ ସଞ୍ଜୟ ଦାସଙ୍କ ରିପୋର୍ଟ ଉତ୍କଳ ନ୍ୟୁଜ |