୨୦୨୭ ମାର୍ଚ୍ଚ ୧ ରୁ ଦେଶ ବ୍ୟାପି ଜନଗଣନା ଆରମ୍ଭ |

172

କଟକ, (ଉତ୍କଳ ନ୍ୟୁଜ), ୫.୬.୨୦୨୫ : ମାର୍ଚ୍ଚ ୨୦୨୭ରୁ ଦେଶବ୍ୟାପୀ ଜନଗଣନା କାର୍ଯ୍ୟକ୍ରମ ଆରମ୍ଭ ହେବ ଏବଂ ସାତ ଦଶନ୍ଧି ମଧ୍ୟରେ ପ୍ରଥମ ଥର ପାଇଁ ଜାତିଗତ ଗଣନା କରାଯିବ ବୋଲି ସରକାର ବୁଧବାର ଘୋଷଣା କରିଛନ୍ତି | ଜନଗଣନା ଆଇନ-୧୯୪୮ ଏବଂ ଜନଗଣନା ନିୟମ ୧୯୯୦ ଅଧୀନରେ ଦୁଇଟି ପର୍ଯାୟରେ ଜନଗଣନା କରାଯିବ | ଗତ ଏପ୍ରିଲ ୩୦ ତାରିଖରେ ଅନୁଷ୍ଠିତ ରାଜନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ଜନଗଣନା ପ୍ରକ୍ରିୟାରେ ଜାତିଗତ ତଥ୍ୟ ଅନ୍ତର୍ଭୁତ କରିବା ନିଷ୍ପତ୍ତି ନିଆଯାଇଥିବା ନେଇ ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଥିଲେ |