ସୃଷ୍ଟି ହେଲା ଯୋଡି ଲଘୁଚାପ ଆସନ୍ତା ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା |

57

କଟକ,(ଉତ୍କଳ ନ୍ୟୁଜ),୧୪.୦୭.୨୦୨୫ : ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡିଶା ଉପକୂଳ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଆଜି ଅପରାହ୍ନରେ ଏକ ଘୁର୍ଣ୍ଣିବଳୟ ରହିଥିଲା | ସମୁଦ୍ର ପତ୍ତନଠାରୁ ୫.୮ କିମି ଉଚ୍ଚତା ସହ ଦକ୍ଷିଣ-ପଶ୍ଚିମ ଆଡକୁ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ସନ୍ଧ୍ୟାରେ ବାଂଲାଦେଶ ପଶ୍ଚିମବଙ୍ଗ ଓ ଉତ୍ତର ଓଡିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି | ସେହିପରି ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି | ଏହି ଯୋଡ଼ା ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିବ | ୧୫ ତାରିଖ ଅପରାହ୍ନ ବେଳକୁ ବର୍ଷା ପରିମାଣ ସାମାନ୍ୟ କମିବାକୁ ଥିଲେ ମଧ୍ୟ ୧୮ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମାଧ୍ୟମଧରଣର ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି |