ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ |

72

କଟକ,(ଉତ୍କଳ ନ୍ୟୁଜ),୨୧.୦୭.୨୦୨୫ : ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ । ଜଣେ ଛାତ୍ରୀଙ୍କୁ କୋଲ୍ଡଡ୍ରିଙ୍କ୍‌ସ୍‌ରେ ନିଶା ଦ୍ରବ୍ୟ ଦେଇ ଏକ ହୋଟେଲରେ ବଳ ପୂର୍ବକ ଦୁଷ୍କର୍ମ କରିଥିବା ଅଭିଯୋଗରେ ବନ୍ଧା ହେଲେ ଉଦିତ । ଏନେଇ ଛାତ୍ରୀ ଜଣକ ମଞ୍ଚେଶ୍ୱର ଥାନାରେ ଏଫ. ଆଇ .ଆର ଦେଇଛନ୍ତି । ଏତଲା ମୁତାବକ, ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ତାଙ୍କୁ ଥଣ୍ଡା ପାନୀୟରେ ମଦ ମିଶାଇ ପିଇବାକୁ ଦେଇଥିଲେ । ଏହାପରେ ତାଙ୍କ ସହ ଏକ ହୋଟେଲ ରୁମ୍‌ରେ ଦୁଷ୍କର୍ମ କରିଛନ୍ତି । ଏହି ଅଭିଯୋଗ ଆଧାରରେ ମଞ୍ଚେଶ୍ୱର ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି ଓ ଅଭିଯୁକ୍ତ ଉଦିତ ପ୍ରଧାନଙ୍କୁ ଗିରଫ କରିଥିବା ସୂଚନା ମିଳିଛି |