କଟକ,(ଉତ୍କଳ ନ୍ୟୁଜ),୨୧.୦୮.୨୦୨୫ : ଉପରାଷ୍ଟ୍ରପତି ପଦ ପାଇଁ ଆଜି ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରୀଷ୍ଣନ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି | ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାବେଳେ ଏହା ପୂର୍ବରୁ ଏକ ଶକ୍ତି ପ୍ରଦର୍ଶନ କରି ଆଜି ରାଧାକ୍ରିଷ୍ଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅନ୍ୟ ପ୍ରମୁଖ କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି | ନିର୍ବାଚନ ଅଧିକାରୀଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିବା ସମୟରେ ରାଧାକ୍ରୀଷ୍ଣନଙ୍କ ସହ ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା , ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ , କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଏବଂ ବିଜେପି ସଭାପତି ଜେପି ନଡ୍ଡା , କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ପ୍ରମୁଖ ଉପସ୍ଥିତ ଥିଲେ |