୫ ବର୍ଷ ମଧ୍ୟରେ ହେବ ୩୦ହଜାର କିମି ରାସ୍ତା ,୫ ଶହ ସେତୁ : ମୁଖ୍ୟମନ୍ତ୍ରୀ

75

କଟକ,(ଉତ୍କଳ ନ୍ୟୁଜ),୨୩.୦୮.୨୦୨୫ : ରାଜ୍ୟର ସମସ୍ତ ଗ୍ରାମାଞ୍ଚଳକୁ ସବୁଦିନିଆ ରାସ୍ତା ସଂଯୋଗୀକରଣ ପାଇଁ ଗୁରୁତ୍ୱ ଦେଉଛନ୍ତି ସରକାର | ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରହିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି | ଲୋକସେବା ଭାବନାରେ ଆଜି ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ବେଳେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି | ଗ୍ରାମ୍ୟ ଉନ୍ନୟନ ବିଭାଗକୁ ବିଭିନ୍ନ ଯୋଜନା ଓ ବଜେଟ ମାଧ୍ୟମରେ ମିଳୁଥିବା ଅର୍ଥରାଶିର ଶତ ପ୍ରତିଶତ ଉପଯୋଗ କରି ରାଜ୍ୟବାସୀଙ୍କୁ ଉନ୍ନତମାନର ଗମନାଗମନ ସୁବିଧା ଯୋଗାଇ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ |