କଟକ,(ଉତ୍କଳ ନ୍ୟୁଜ),୨୩.୦୮.୨୦୨୫ : ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଜାରି ରହିଛି। ଏହାରି ମଧ୍ୟରେ ଆଉ ଏକ ଲଘୁଚାପ ଅଗଷ୍ଟ ୨୫ରେ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଫଳରେ ଆଗାମୀ ୫ ଦିନ ଯାଏ ପ୍ରବଳ ବର୍ଷା ଲାଗିରହିବ। ଗତକାଲି ଉତ୍ତର ଓଡ଼ିଶା ଓ ତତସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେଟିକ ପଶ୍ଚିମବଙ୍ଗ ଓ ତାର ପାଶ୍ୱବର୍ତ୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ହୋଇଥିଲା। ପ୍ରଭାବରେ ଆଜି ରାଜ୍ୟରେ ଅତିପ୍ରବଳ ବର୍ଷାର ଚେତାବନୀ ରହିଛି ବୋଲି ପାଣିପାଗ ବିଭାଗ କହିଛି।ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ହାଲୁକରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ବର୍ଷାର ସମ୍ଭାବନା ରହିଛି। କେନ୍ଦୁଝର ସୁନ୍ଦରଗଡ ଝାରସୁଗୁଡା ଓ ବରଗଡ଼ ଏହି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।