ଆଉ ୩ ଦିନ ପ୍ରବଳ ବର୍ଷା |

141

କଟକ,(ଉତ୍କଳ ନ୍ୟୁଜ),୨୫.୦୮.୨୦୨୫ :ଆହୁରି ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା। ସୋମବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୨୮ ତାରିଖ ଯାଏ ବର୍ଷା ଲାଗି ରହିବ। ସେହିଭଳି ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ସତର୍କ କରାଯଇଛି। ୨୬ରେ ୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ୬ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।