ମାହାଙ୍ଗାଠରେ ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ।

31

କଟକ,(ଉତ୍କଳ ନ୍ୟୁଜ), ୨୫.୦୮.୨୦୨୫ : ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ପୂର୍ବାହ୍ନରେ ମାହାଙ୍ଗା ପଞ୍ଚାୟତ ସମିତି ସଭାଗୃହ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୧୯୭ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୧୬୩ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୩୪ ଗୋଟି ସାମୁହିକ ଅଭିଯୋଗ ଶୁଣାଣି ହୋଇଥିଲା । ଅନୁଷ୍ଠିତ ଶିବିରରେ ୪୮ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲାପାଳ ସଂପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ଜଣଙ୍କୁ ସାହାୟତା ରାଶି ପ୍ରଦାନ କରାଯିବାକୁ ନିଷ୍ପତ୍ତି ହୋଇଥିଲା। ଏହି ଯୁଗ୍ମ ଶୁଣାଣି ସମୟରେ ଆରକ୍ଷୀ ଅଧିକ୍ଷକ,(ଗ୍ରାମାଞ୍ଚଳ)ଶ୍ରୀ ଭିନୀତ ଅଗ୍ରୱାଲ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶିବ ଟପୋ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିତ୍ୟାନନ୍ଦ ବାରିକଙ୍କ ସମେତ ସ୍ଥାନୀୟ ବିଡିଓ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତି ଥିଲେ।